ଜଗତସିଂହପୁର ୧୬/୦୭: ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି । ଦୁଇ ବଖରା ଘର ପୋଡି ଯିବା ସହ ଦୁଇଟି ଗାଈ ଓ ଗୋଟିଏ ବାଛୁରୀ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅରଜଙ୍ଗ ଗ୍ରାମରେ ଘଟିଛି ଏଭଳି ଅଘଟଣ । ଅରଜଙ୍ଗ ଗ୍ରାମର ଆର୍ତ୍ତ ଦାସଙ୍କ ଘରେ ଗତ କାଲି ବିଳମ୍ବିତ ରାତିରେ ନିଆଁଲାଗି ଦୁଇ ବଖରା ଘର ସମ୍ପୂର୍ଣ୍ଣ ଜଳିଯାଇଥିବା ବେଳେ ଅଗ୍ନିକାଣ୍ଡରେ ଦୁଇଟି ଗାଈ ଓ ଗୋଟିଏ ବାଛୁରୀ ଜୀବନ୍ତ ପୋଡିଯାଇଛନ୍ତି । ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବାରୁ ଗ୍ରାମବାସୀ ନିଆଁ ଲିଭାଇବାକୁ ଉଦ୍ୟମ କରିବା ବିଳମ୍ୱ ହୋଇଥିଲା । ଏସମ୍ପର୍କରେ ଖବରପାଇ ତିର୍ତ୍ତୋଲ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚିବା ବେଳକୁ ଘର ସମ୍ପୂର୍ଣ୍ଣ ଜଳିଯାଇଥିଲା । ସର୍ଟସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।
ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ଦୁଇଟି ଗାଈ ଓ ବାଛୁରୀ ଜୀବନ୍ତ ଦଗ୍ଧ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ