ଭୁବନେଶ୍ୱର ୨୯।୦୮: ରାଜ୍ୟରେ ଆସନ୍ତା ଦୁଇ ଦିନ ଶୁଖିଲା ପାଗ ରହିବ । କୌଣସି ସ୍ଥାନରେ ବର୍ଷା ସମ୍ଭାବନା ନାହିଁ । ୩୧ ତାରିଖରୁ ରାଜ୍ୟରେ ହାଲୁକା ବର୍ଷା ହୋଇପାରେ । ତେବେ ଆସନ୍ତା ୧୫ ଦିନ ଯାଏ ରାଜ୍ୟରେ ବିସ୍ତୃତ ବର୍ଷା ସମ୍ଭାବନା କମ୍ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ତେବେ ୩୧ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୧ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ରବିବାର ହାତଗଣତି କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି । ସମ୍ବଲପୁରରେ ୧୩.୯, ଯାଜପୁରରେ ୧୨, କେନ୍ଦୁଝରରେ ୩.୮ ଓ ଝାରସୁଗୁଡ଼ାରେ ୩.୧ ମିମି ବର୍ଷା ରେକର୍ଡ କରାଯାଇଛ
ଆଗାମୀ ଦୁଇ ଦିନ ପାଗ ଶୁଖିଲା, ୩୧ରୁ ହାଲୁକା ବର୍ଷା

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ