ବ୍ରହ୍ମପୁର : ଆଜିଠାରୁ ଆରମ୍ଭ ହେଉଛି ଗୋପାଳପୁର ବେଳାଭୂମି ମହୋତ୍ସବ। ୨୮ ତାରିଖ ଯାଏ ଏହି ମହୋତ୍ସବ ଚାଲିବ। ଏହି ମହୋତ୍ସବରେ ବଲିଉଡ ଓଲିଉଡ କଳାକାରଙ୍କର ସମାଗମ ହୋଇଥାଏ। କରୋନାର ଦୁଇ ବର୍ଷ ପରେ ଆୟୋଜନ ହୋଇଥିବାରୁ ପ୍ରବଳ ଭିଡ଼ ହୋଇପାରେ। ଭିଡ଼ ନିୟନ୍ତ୍ରଣ ପାଇଁ ୪୦ଟି ସିସିଟିଭି କ୍ୟାମେରା ସହ ମେଳା ମଝିରେ ଓ୍ୱାଚ୍ ଟାଓ୍ୱାର ରହିବ। ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୧୨ ପ୍ଲାଟୁନ୍ ଫୋର୍ସ ସହ ବରିଷ୍ଠ ପୁଲିସ୍ ଅଧିକାରୀ ମୁତୟନ ରହିବେ ବୋଲି କହିଛନ୍ତି ବ୍ରହ୍ମପୁର ଏସପି। ଚଳିତ ଥର ୨୫୦ଟି ଷ୍ଟଲ ଖୋଲିବା ସହ ରାଜ୍ୟ ତଥା ରାଜ୍ୟ ବାହାରର ବିଭିନ୍ନ ସାଂସ୍କୃତିକ ଦଳ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ତେବେ କରୋନାର ସତର୍କତା ନେଇ ନିର୍ଦ୍ଦେଶ ଆସିବା ପରେ ମହୋତ୍ସବ ପାଳନ ନେଇ ଆଶଙ୍କା ଦେଖାଦେଇଛି। ସେପଟେ ପ୍ରବଳ ଭିଡକୁ ଆଖି ଆଗରେ ରଖି ଜିଲ୍ଲା ପ୍ରଶାସନ ଓ ପୁଲିସ୍ ପକ୍ଷରୁ ମଧ୍ୟ ବ୍ୟାପକ ବନ୍ଦୋବସ୍ତ କରାଯାଇଛି।
ଆଜିଠୁ ଗୋପାଳପୁର ବେଳାଭୂମି ମହୋତ୍ସବ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ