ନୂଆଦିଲ୍ଲୀ: ଦୀପାବଳି ପରେ ଜନତାଙ୍କୁ ଆଶ୍ଵସ୍ତି। କମିଲା ଏଲପିଜି ସିଲିଣ୍ଡର ଦାମ। ନଭେମ୍ବର ୧ରୁ ଏଲପିଜି ଗ୍ୟାସ୍ ସିଲିଣ୍ଡର ୧୧୫ ଟଙ୍କା ଶସ୍ତା ହୋଇଛି। ବ୍ୟବସାୟିକ ସିଲିଣ୍ଡରରେ ହିଁ ଏହି ହ୍ରାସ ଘଟିଛି। ଉଲ୍ଲେଖନୀୟ ଘରୋଇ ସିଲିଣ୍ଡରର ଦାମ ଗତ ଜୁଲାଇ ୬ ପରଠୁ କୌଣସି ପରିବର୍ତ୍ତନ ଘଟିନଥିଲା। ଆଇଓସିଏଲ ଅନୁଯାୟୀ, ନଭେମ୍ବର ୧ରୁ ଦିଲ୍ଲୀରେ ଇଣ୍ଡେନର ୧୯ କିଲୋଗ୍ରାମ ସିଲିଣ୍ଡରର ଦାମ ୧୧୫.୫ ଟଙ୍କା, କୋଲକାତାରେ ୧୧୩ ଟଙ୍କା, ମୁମ୍ବାଇରେ ୧୧୫.୫ ଟଙ୍କା, ଚେନ୍ନାଇରେ ୧୧୬.୫ ଟଙ୍କା ଶସ୍ତା ହୋଇଛି। ଏହା ପୂର୍ବରୁ ଅକ୍ଟୋବର ୧ର ସିଲିଣ୍ଡରର ଦାମ ୨୫ ଟଙ୍କା ଶସ୍ତା ହୋଇଥିଲା। ତେବେ ୧୪.୨ କିଲୋଗ୍ରାମର ଘରୋଇ ଏଲପିଜି ସିଲିଣ୍ଡର ପୁରୁଣା ଦାମରେ ମିଳିବ।
ଆଜିଠୁ ୧୧୫ ଟଙ୍କା ଶସ୍ତା ହେଲା ଏଲପିଜି ସିଲିଣ୍ଡର

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ