ହେଡ଼ଲାଇନ୍ସ ଓଡ଼ିଶା (ମିନତୀ ସାନ) : ଶ୍ରୀକ୍ଷେତ୍ରରେ ଆଜି ନୀଳାଦ୍ରି ବିଜେ ଅନୁଷ୍ଠିତ ହେବ । ରଥଯାତ୍ରାର ଶେଷ ପର୍ବ । ରତ୍ନ ଦେବୀକୁ ଫେରିବେ ଠାକୁର । ଏହାସହ ପରମ୍ପରା ଅନୁସାରେ ମହାଲକ୍ଷ୍ମୀଙ୍କୁ ରସଗୋଲା ଖୁଆଇ ମାନଭଂଜନ କରିବେ କାଳିଆ ଠାକୁର । ଗୁରୁବାର ଶ୍ରୀକ୍ଷେତ୍ରରେ ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହୋଇଛି । ରାଘବ ଦାସ ଓ ବଡ଼ ଓଡିଆ ମଠ ପକ୍ଷରୁ ଅଧର ହାଣ୍ଡି ପ୍ରସ୍ତୁତ ହୋଇ ମଧ୍ୟାନ୍ନ ଧୂପ ପରେ ନୀତି ବଢି ଅଧର ପଣା ଭୋଗ ହୋଇଥିଲା । ଏହା ପରେ ହାଣ୍ଡି ଭଙ୍ଗା ଯିବାର ନୀତି ସମ୍ପନ୍ନ ହୋଇଥିଲା । ପରମ୍ପରା ଅନୁସାରେ ପ୍ରତି ରଥରେ ତିନିଟି ଅଧର ଚୁମ୍ବିତ ହାଣ୍ଡି ରଥ ଉପରେ ବିଗ୍ରହ ମାନଙ୍କ ସମ୍ମୁଖରେ ରଖାଯାଇଥିଲା । ସେଥିରେ ସୁସ୍ୱାଦୁ ଓ ଶୁଗନ୍ଧିତ ଦ୍ରବ୍ୟ ଯଥା କେଶର, ଲହୁଣୀ, ଛେନା, ସର, କ୍ଷୀର, ମିଶିରି, କର୍ପୁର ଏଭଳି ଅନକେ ଦ୍ରବ୍ୟ ପଡ଼ି ପ୍ରସ୍ତୁତ ହୋଇଥିଲା ଅଧର ପଣା । ସୁଆର ସେବାୟତ ଏହି ପଣା ପ୍ରସ୍ତୁତ କରିବା ସହ ପୂଜାପଣ୍ଡା ସାମନ୍ତ ଲାଗି କରିଥିଲେ ।
More Stories
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ବହୁ ଚର୍ଚ୍ଚିତ ନଦୀରୁ ଇନ୍ଦୁପୁର ନଦୀ ପୋଲ୍ହ ରୁ ପେଲି ମାରିଦେବା ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ନିକିରାଇ ପୋଲିସ l