ଭୁବନେଶ୍ୱର, ଅଗଷ୍ଟ ୧୪ : ବିନା ପରୀକ୍ଷାରେ ଆଜି ପ୍ରକାଶ ପାଇବାକୁ ଯାଉଛି ଯୁକ୍ତ ଦୁଇ କଳା ଓ ଧନ୍ଧାମୂଳକ ପରୀକ୍ଷାଫଳ । ପୂର୍ବରୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ଏବେ କଳା ରେଜଲ୍ଟ ପ୍ରକାଶ ପାଇବାକୁ ଯାଉଛି । ଏନେଇ ଗତ କାଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଥିଲା । କରୋନା ମହାମାରୀର ଦ୍ୱିତୀୟ ଲହର ପ୍ରଭାବ ଯୋଗୁ ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ବାତିଲ୍ କରାଯାଇଥିଲା । ଏହାପରେ ବିକଳ୍ପ ମୂଲ୍ୟାୟନ ପ୍ରକ୍ରିୟାରେ ଛାତ୍ରଛାତ୍ରୀ ମାନଙ୍କ ପରୀକ୍ଷାଫଳ ପ୍ରକାଶ ପାଇବାକୁ ଯାଉଛି । ଚଳିତ ବର୍ଷ ୨ ଲକ୍ଷରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ସେମାନଙ୍କ ପରୀକ୍ଷାଫଳ ଅପେକ୍ଷାରେ ରହିଛନ୍ତି । ଆଜି www.odisharesults.nic.in ରେ ଯୁକ୍ତ ଦୁଇ କଳା ରେଜଲ୍ଟ ଉପଲବ୍ଧ ହେବ ।
ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଧାମୂଳକ ରେଜଲ୍ଟ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ