କଟକ: ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା ଅନୁଷ୍ଠାନରେ ଦ୍ବିତୀୟ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍, କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର, ରାଜ୍ୟ କୃଷି, ମତ୍ସ୍ୟ ଓ ପଶୁପାଳନ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରମୁଖ ବି ଉପସ୍ଥିତ ଅଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଓ ରାଜ୍ୟପାଳ କେତେକ ପୁସ୍ତକ ଉନ୍ମୋଚନ କରିଥିଲେ। ମନ୍ତ୍ରୀ ନରେନ୍ଦ୍ର ସିଂ ତୋମର କହିଛନ୍ତି, କୃଷି ଓ କୃଷକଙ୍କର ବିକାଶଲାଗି ନରେନ୍ଦ୍ର ମୋଦୀଙ୍କ ସରକାର ନିରନ୍ତର ଚେଷ୍ଟା ଚଳାଇଛି। ଭାରତ ସାରା ବିଶ୍ବରେ ଧାନ ଉତ୍ପାଦନରେ ପ୍ରଥମ ହୋଇଛି। ପିଏମ୍ କିସାନ ସମ୍ମାନ ନିଧି ପ୍ରଚଳନ କରି କେନ୍ଦ୍ର ସରକାର ଏଯାଏ ସାଢ଼େ ୧୧ କୋଟି କୃଷକଙ୍କୁ ୨.୨୪ ଲକ୍ଷ କୋଟି ଟଙ୍କା ପ୍ରଦାନ କରିଛନ୍ତି।
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ
ଆଜିଠାରୁ ଦୁଗ୍ଧ ଦର ଲିଟର୍ପିଛା ୩ ଟଙ୍କା ବୃଦ୍ଧି କଲା ‘ଅମୂଲ’