ଭୁବନେଶ୍ବର : ଉତ୍କଳ ବିଶ୍ୱବିଦ୍ୟାଳୟର ୫୨ତମ ସମାବର୍ତ୍ତନ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହେବ। ପୂର୍ବାହ୍ନରେ ହେବାକୁ ଥିବା ଉତ୍ସବରେ ବିଶିଷ୍ଟ ଶିକ୍ଷାବିତ୍ ତଥା ସାଂସଦ ଅଚ୍ୟୁତ ସାମନ୍ତ ଓ ଡିଆର୍ଡିଓର ଏରୋନେଟିକାଲ ସିଷ୍ଟମ୍ସ(ଏଏସ୍)ର ମହାନିର୍ଦ୍ଦେଶକ ତଥା ବୈଜ୍ଞାନିକ ଟେସି ଥୋମାସ୍ଙ୍କୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରି ପ୍ରଦାନ କରାଯିବ। ଏଥିସହ ୨୦୨୧-୨୨ ଶିକ୍ଷାବର୍ଷ ଲାଗି ୧୬୩ଜଣଙ୍କୁ ପିଏଚ୍ଡି ଡିଗ୍ରି, ୯୯ଜଣଙ୍କୁ ସ୍ୱର୍ଣ୍ଣପଦକ, ଜଣେ ଲେଖାଏଁ ଛାତ୍ରଛାତ୍ରୀଙ୍କୁ ଡି. ଏସ୍ସି ଓ ଡି.ଲିଟ୍ ଡିଗ୍ରି ମିଳିବ। ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ତଥା ଓଡ଼ିଶା ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଭି. ଗୋପାଲ ଗୌଡ଼ା ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ। ବିଶ୍ୱବିଦ୍ୟାଳୟର କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ଉତ୍ସବରେ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସମ୍ମାନିତ ଅତିଥି ଭାବେ ଯୋଗଦେବେ ବୋଲି କୁଳପତି ପ୍ରଫେସର୍ ସବିତା ଆଚାର୍ଯ୍ୟ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି।
ଉତ୍କଳ ବିଶ୍ବବିଦ୍ୟାଳୟ ସମାବର୍ତ୍ତନ ଉତ୍ସବ ଆଜି

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ