ଜଳେଶ୍ୱର : ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଭାଙ୍ଗିଗଲା ଜଳକା ନଦୀ ବନ୍ଧ। ଏକତାଳି ଗାଁ ନିକଟ ନଦୀବନ୍ଧରେ ୫୦୦ ଫୁଟର ଘାଇ ସୃଷ୍ଟି ହୋଇଛି। ନଦୀବନ୍ଧରେ ଘାଇ ସୃଷ୍ଟି ହେବା ଯୋଗୁ ବସ୍ତା ଓ ରାସଗୋବିନ୍ଦପୁର ବ୍ଲକରେ ପାଣି ପଶିବା ନେଇ ଆଶଙ୍କା କରାଯାଉଛି।
ଜିଲ୍ଲାର ମଥାନିଠାରେ ବିପଦ ସଂକେତ ଉପରେ ରହିଛି ଜଳକା ନଦୀର ଜଳସ୍ତର। ବିପଦ ସଂକେତ ୫.୫୦ ମିଟର ଥିବା ବେଳେ ଏବେ ୭.୧୮ ମିଟର ଜଳ ପ୍ରବାହିତ ହେଉଛି। ବସ୍ତା ବ୍ଲକର ୧୨ଟି ଓ ସଦର ବ୍ଲକର ୨ଟି ପଞ୍ଚାୟତ ପାଣିଘେରରେ ରହିଛି।
ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଜଳସ୍ତର ବୃଦ୍ଧି ପାଉଥିବାରୁ ନଦୀବନ୍ଧ ସମ୍ପୂର୍ଣ୍ଣ ଦୁର୍ବଳ ହୋଇଯାଇଥିଲା। ଦୁର୍ବଳ ନଦୀବନ୍ଧ ସ୍ଥାନରେ ବାଲି ବସ୍ତା ପକାଯିବା ପାଇଁ ମହଜୁଦ ରଖାଯାଇଥିବା ଜଳସେଚନ ବିଭାଗୀୟ ଅଧିକାରୀ ସୂଚନା ଦେଇଥିଲେ। ଗତ ୧୦ ବର୍ଷ ଧରି ଜଳକା ନଦୀ ବନ୍ଧ ମରାମତି କରାଯାଇନଥିବା ସ୍ଥାନୀୟ ଗ୍ରାମବାସୀ ଅଭିଯୋଗ କରିଛନ୍ତି।
More Stories
୫୧ ଏକର ଗଞ୍ଜେଇ ଗଛ କାଟି ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ*
ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ବନପାଳ ଓ ଗାଁ ସାଥୀ*
ଡେଲାଙ୍ଗ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆଇଆଇଡବ୍ଲ୍ୟୁଏମ୍ ରେ କର୍ମଶାଳା