ନୂଆଦିଲ୍ଲୀ: କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଅଣଗାନ୍ଧୀ ପରିବାରରୁ ଆସିଥିବା ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡ଼ଗେ । ଗତ ୨୪ ବର୍ଷ ପରେ ପ୍ରଥମ ଥରେ କେହି ଅଣଗାନ୍ଧୀ ପରିବାର ଲୋକ କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଇଛନ୍ତି । କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଜିତିବା ପରେ ଆଜି ଦିଧିବଦ୍ଧଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଖଡ଼ଗେ । ଏନେଇ ଦିଲ୍ଲୀ ଏଆଇସିସି ମୁଖ୍ୟ କାର୍ଯ୍ୟାଳୟରେ ଦାୟିତ୍ୱ ଗ୍ରହଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଅଫିସର ସବୁ ବରିଷ୍ଠ ନେତା ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଏହି ଅବସରରେ କଂଗ୍ରେସ ଅଧ୍ୟକ୍ଷା ଦାୟିତ୍ୱ ସମ୍ଭାଳିଥିବା ସୋନିଆ ଗାନ୍ଧୀ ଖଡ଼ଗେଙ୍କୁ ଇଲେକ୍ସନ ସାର୍ଟିଫିକେଟ୍ ହସ୍ତାନ୍ତର କରିଛନ୍ତି। ତେବେ ଆଜି ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ରାଜଘାଟ ଯାଇ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହାପରେ ନିର୍ଦ୍ଧାରିତ ସମୟରେ ଖଡଗେ ଏଆଇସିସି ମୁଖ୍ୟାଳୟରେ ପହଞ୍ଚିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।
କଂଗ୍ରେସ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ମଲ୍ଲିକାର୍ଜୁନ ଖଡ଼ଗେ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ