ଭୁବନେଶ୍ୱର, ୧୬/୦୫: ରାଜ୍ୟରେ ଆଗକୁ ଖରା କମିବ, କିନ୍ତୁ ଗୁଳୁଗୁଳି ବଢ଼ିବ । ଆଗକୁ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ । ୧୮ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ସୋଆ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏଭଳି ପୂର୍ବାନୁମାନ କରିଛନ୍ତି । ରବିବାର ସୋନପୁରରେ ସର୍ବାଧିକ ତାପମାତ୍ରା ୪୩.୩ ଡିଗ୍ରୀ ରେକର୍ଡ ହୋଇଛି । ସୁନ୍ଦରଗଡ଼ରେ ୪୩, ବଲାଙ୍ଗୀରରେ ୪୩, ଟିଟିଲାଗଡ଼ରେ ୪୨.୨, ସମ୍ବଲପୁରରେ ୪୨.୨, ଝାରସୁଗୁଡ଼ାରେ ୪୧.୬, ଭବାନୀପାଟଣା ଓ ନୂଆପଡ଼ାରେ ୪୧.୫, ମାଲକାନଗିରିରେ ୪୧ ଓ ଅନୁଗୁଳରେ ୪୦.୧ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଆସନ୍ତା ୧୬, ୧୭, ୧୮ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
More Stories
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ବହୁ ଚର୍ଚ୍ଚିତ ନଦୀରୁ ଇନ୍ଦୁପୁର ନଦୀ ପୋଲ୍ହ ରୁ ପେଲି ମାରିଦେବା ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ନିକିରାଇ ପୋଲିସ l