ନୂଆଦିଲ୍ଲୀ, ଜାନୁଆରୀ ୧୭ : କରୋନା ଭାଇରସ୍ ସଂକ୍ରମଣରୁ ସାମାନ୍ୟ ଆଶ୍ବସ୍ତି ମିଳିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ସଂକ୍ରମଣ ହ୍ରାସ ପାଇଛି। ବିଶ୍ବବ୍ୟାପୀ ୧୯ ଲକ୍ଷ ୨୨ ହଜାର ୩୯୩ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୯ ଲକ୍ଷ ୮୫ ହଜାର ୮୮୩ ଜଣ ସୁସ୍ଥ ହୋଇଥିବା ବେଳେ ୩୯୫୩ ଜଣ ପ୍ରାଣ ହରାଇଛନ୍ତି। ଗତ ୧୪ ତାରିଖ ଦିନ ବିଶ୍ବବ୍ୟାପୀ ୩୧ ଲକ୍ଷ ୩ ହଜାର ୬୧୯ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିଲା ବେଳେ ୧୧ ଲକ୍ଷ ୧୫ ହଜାର ୫୩୯ ଜଣ ସୁସ୍ଥ ହୋଇଥିଲେ। ଏହି ସମୟ ମଧ୍ୟରେ ୭୧୪୫ ଜଣଙ୍କର ମୃତ୍ୟୁ ହୋଇଥିଲା। ଆମେରିକା, ବ୍ରିଟେନ୍, ଫ୍ରାନ୍ସ, ସ୍ପେନ ଓ ଇଟାଲିରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଛି। ଆଜି ସକାଳ ୬ଟା ପର୍ଯ୍ୟନ୍ତ ବିଶ୍ବବ୍ୟାପୀ ୩୨ କୋଟି ୮୬ ଲକ୍ଷ ୬ ହଜାର ୮୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଥିବା ବେଳେ ସଂକ୍ରମଣରୁ ୨୬ କୋଟି ୭୩ ଲକ୍ଷ ୯୭ ହଜାର ୨୫୯ ଜଣ ସୁସ୍ଥ ହୋଇସାରିଛନ୍ତି। କରୋନାରେ ୫୫ ଲକ୍ଷ ୫୭ ହଜାର ୪୮୮ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ କୋଟି ୫୬ ଲକ୍ଷ ୫୨ ହଜାର ୬୨ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଏଥିରୁ ୯୬ ହଜାର ୫୧ ରୋଗୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି।
କରୋନାରୁ ସାମାନ୍ୟ ଆଶ୍ବସ୍ତି

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ