ଉଦଳା ୦୨/୦୯: କେନାଲରୁ ନବ ଜାତକ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି । ଏଭଳି ଘଟଣା ଦେଖିବାକୁ ମିଳିଛି ଉଦଳା ଥାନା ଭୀମତାଳି ଗ୍ରାମରେ । ଭୀମତାଳି ଗ୍ରାମ ନିକଟରେ ଥିବା କେନାଲରେ ଜଣେ ଶିଶୁପୁତ୍ରର ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ଏ ନେଇ ଉଦଳା ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି କେନାଲରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି । ତେବେ କିଏ ଏବଂ କଣ ପାଇଁ ନବ ଜାତକ ଶିଶୁ ପୁତ୍ରକୁ କେନାଲରେ ଫୋପାଡ଼ି ଦେଇଛି ତାହା ଜଣା ପଡି ନ ଥିବା ବେଳେ ପୋଲିସ ତଦନ୍ତ ପରେ ପୁରା ଘଟଣା ସ୍ପଷ୍ଟ ହେବ ।
କେନାଲରୁ ନବ ଜାତକ ଶିଶୁପୁତ୍ରର ମୃତଦେହ ଉଦ୍ଧାର

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ