ଭୁବନେଶ୍ବର: ଗତକାଲି ୧୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୭ଟି ଜିଲ୍ଲାରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୩ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୧ ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ ଓ ଷ୍ଟେଟପୁଲରୁ ୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୮, ୨୫୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୯୩୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
More Stories
୫୧ ଏକର ଗଞ୍ଜେଇ ଗଛ କାଟି ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ*
ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ବନପାଳ ଓ ଗାଁ ସାଥୀ*
ଡେଲାଙ୍ଗ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆଇଆଇଡବ୍ଲ୍ୟୁଏମ୍ ରେ କର୍ମଶାଳା