ମୋହନା : ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ଲେଡ଼ବନ୍ଧ ଘାଟିରେ ଆଜି ସକାଳେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଅଟୋ ଭାରସାମ୍ୟ ହରାଇ ରାସ୍ତାତଳକୁ ଓଲଟି ପଡ଼ିବାରୁ ୭ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ମୋହନା ମେଡିକାଲରେ ଭର୍ତ୍ତି କରାଯାଇଛି। ଅଟୋରେ ୩ ଜଣ ପୁରୁଷ ଓ ୪ ଜଣ ମହିଳା ଥିଲେ। ସେମାନଙ୍କ ଘର ମେରାପଲ୍ଲୀ, କୀରମା ଓ ଲିଲିଗଡ଼ ଅଞ୍ଚଳର ବୋଲି ଜଣାଯାଇଛି। ଆଜି ସକାଳେ ଅଟୋଟି ୬ଜଣ ଯାତ୍ରୀଙ୍କୁ ନେଇ କୁହାଗୁଡ଼ିରୁ ମୋହନା ଅଭିମୁଖେ ଆସୁଥିଲା। ଏହି ସମୟରେ ଲେଡ଼ବନ୍ଧ ଘାଟିରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତାର ତଳକୁ ଖସି ପଡ଼ିଥିଲା। ଦୁର୍ଘଟଣାରେ ଡ୍ରାଇଭର ସହ ୬ ଜଣ ଯାତ୍ରୀ ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଆହତମାନଙ୍କୁ ଉଦ୍ଧାର କରି ମୋହନା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପୁଲିସ୍ ପହଞ୍ଚି ଅଟୋକୁ ଜବତ କରି ଘଟଣାର ତଦନ୍ତ କରୁଛି।
ଘାଟିରେ ଓଲଟିଲା ଅଟୋ, ୭ ଆହତ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ