ମୋହନା ୨୬।୦୯: ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍ । ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ । ଗଜପତି ଜିଲ୍ଲା ମୋହନା ନିକଟ ରାଇସିଂ ଘାଟିରେ ଘରୋଇ ବସ୍ କାମଧେନୁ ଦୁର୍ଘଟଣl ଗ୍ରସ୍ତ ହୋଇଛି । ମୋହନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଖବର ଅନୁଯାୟୀ, ବସଟି ରାୟଗଡ଼ା ଜିଲ୍ଲା ମୁନିଗୁଡାରୁ ବ୍ରହ୍ମପୁର ଯିବାବେଳେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବସଟି ଭାରସାମ୍ୟ ହରାଇ ରାଇସିଂ ଗାଟିରେ ରାସ୍ତା କଡ଼କୁ ଓଲଟି ପଡିଥିବା ଜଣାପଡିଛି । ରାତି ପ୍ରାୟ ୩ଟା ବେଳେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ କେହି ମୃତାହତ ହୋଇନାହାନ୍ତି । ଘନ କୁହୁଡି ଓ ଡ୍ରାଇଭରଙ୍କ ଅସାବଧାନତା ଯୋଗୁଁ ଦୁର୍ଘଟଣା ଘଟିଥିବା ଯାତ୍ରୀ ମାନେ ଅଭିଯୋଗ କରିଛନ୍ତି । ମୋହନା ପୋଲିସ ଓ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ଉଦ୍ଧାର କରି ଅନ୍ୟ ବସ୍ ରେ ଗନ୍ତବ୍ୟ ସ୍ଥଳକୁ ପଠାଇଛନ୍ତି l ତେବେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବସରେ ବସିଥିବା ୨୪ ଯାତ୍ରୀ।
ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଅଳ୍ପକେ ବର୍ତ୍ତିଲେ ୨୪ଯାତ୍ରୀ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ