ନୂଆଦିଲ୍ଲୀ ୧୯/୧୧: ଡିସେମ୍ବର ପ୍ରଥମ ସପ୍ତାହରେ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଡିସେମ୍ବର ୭ ରୁ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୨୯ ପର୍ଯ୍ୟନ୍ତ ଚାଲିବ । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଶୀ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ଚଳିତ ବର୍ଷ ବସିବାକୁ ଥିବା ଏହି ଶେଷ ଅଧିବେଶନର ମୋଟ୍ ୨୩ ଦିନ କାର୍ଯ୍ୟ ଦିବସ ରହିଛି । ସଂସଦର ଶୀତକାଳୀନ ଅଧିବେଶନ ସାଧାରଣତଃ ନଭେମ୍ବରର ତୃତୀୟ ସପ୍ତାହରୁ ଆରମ୍ଭ ହୋଇ ପ୍ରାୟ ୨୦ ଦିନ ପର୍ଯ୍ୟନ୍ତ ଚାଲିଥାଏ । କିନ୍ତୁ ୨୦୧୭ ଏବଂ ୨୦୧୮ ମଧ୍ୟରେ ଡିସେମ୍ବର ମାସରେ ଶୀତକାଳୀନ ଅଧିବେଶନ ବସିଥିଲା । ଉଭୟ ଗୁଜରାଟ ଓ ହିମାଚଳ ପ୍ରଦେଶ ବିଧାନସଭା ଆସନର ନିର୍ବାଚନ ଫଳାଫଳ ପ୍ରକାଶ ସମୟରେ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ।
More Stories
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ବହୁ ଚର୍ଚ୍ଚିତ ନଦୀରୁ ଇନ୍ଦୁପୁର ନଦୀ ପୋଲ୍ହ ରୁ ପେଲି ମାରିଦେବା ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ନିକିରାଇ ପୋଲିସ l