Headlines Odisha Tv

An Odia News Portal

ଦୁଇ ଶିକ୍ଷକଙ୍କ ଘରେ କଳାକନା ବୁଲାଇଲେ ଲୁଟେରା, ଗ୍ରୀଲ୍ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍

ପାଟଣା ୨୯।୬: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡିଛି । ଏହାସହ ଡକାୟତି, ଲୁଟ୍ ଆଦି ବୃଦ୍ଧି ପାଇବାରେ ଲାଗିଛି । ମଙ୍ଗଳବାର ବିଳମ୍ବିତ ରାତିରେ ଲୁଟେରାମାନେ ମୁରୁସୁଆଁ ଗାଁର ଦୁଇ ଶିକ୍ଷକଙ୍କ ଘରେ କଳାକନା ବୁଲାଇଛନ୍ତି । ଗ୍ରାମର ଜ୍ୟୋତି ରଞ୍ଜନ ସେଠୀ ତାଙ୍କ ଦୁଇ ଝିଅଙ୍କ ବାହାଘର ପାଇଁ ରଖିଥିବା ସୁନା ଗହଣା ସହ ନଗଦ ୧୦ ହଜାରରୁ ଅଧିକ ଟଙ୍କା ଲୁଟିନେଇଛନ୍ତି ଲୁଟେରା ।ଏହାସହ ଶିକ୍ଷକ ଦୁର୍ଯ୍ୟୋଧନ ସାହୁଙ୍କ ଘରୁ ମଧ୍ୟ ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଲୁଟି ନେଇଛନ୍ତି ଲୁଟେରା । ତୁରୁମୁଙ୍ଗା ଥାନା ଅଞ୍ଚଳରେ ବାରମ୍ବାର ଚୋରି ବୃଦ୍ଧି ପାଉଥିଲେ ମଧ୍ୟ ଏଯାଏଁ କୌଣସି ଲୁଟେରାଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇ ପାରିନଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ରାତ୍ର କାଳୀନ ପାଟ୍ରୋଲିଂକୁ କଡାକଡି କରିବା ସହ ଖୁବଶୀଘ୍ର ଲୁଟେରାଙ୍କୁ ଧରିବା ପାଇଁ ବିଭିନ୍ନ ମହଲରେ ଦାବି ହୋଇଛି ।