ଆଦିଲ୍ଲୀ ୧୯/୦୪: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା କିନ୍ତୁ କମିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସି ଆସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଦୁଇ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୪୫ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୧୮୬୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୧୧ ହଜାର ୭୦୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୧୯୬୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।
ଦେଶରେ ଉପର ତଳ କରୋନା ଗ୍ରାଫ୍

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ