ନୂଆଦିଲ୍ଲୀ ୨୯/୦୩: କମୁଛି କରୋନା ଗ୍ରାଫ୍। ଦେଶରେ କମୁଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ପୁଣି ହୁ ହୁ ବଢିବା ପରେ କମିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବ୍ରେକ୍ ଲାଗିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୨ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୨୫୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୫୩୭୮ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୪ ଲକ୍ଷ ୮୫ ହଜାର ୫୩୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୧୦୭୦ ସଂକ୍ରମିତ ପ୍ରାଣ ହରାଇଛନ୍ତି ।
ଦେଶରେ କମୁଛି ସଂକ୍ରମଣ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ