ନୂଆଦିଲ୍ଲୀ ୧୩।୦୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୬ ହଜାର ୯୦୬ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ୪୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଆଜିର ମୃତକଙ୍କୁ ମିଶାଇ ଦେଶରେ ମୋଟ୍ ମୃତ୍ୟୁସଂଖ୍ୟା ୫ ଲକ୍ଷ ୨୫ ହଜାର ୫୧୯କୁ ବୃଦ୍ଧି ପାଇଛି । ସେହିପରି ଗତ ୨୪ ଘଣ୍ଟାରେ ୧୫ ହଜାର ୪୪୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୨ ହଜାର ୪୫୭ରେ ପହଞ୍ଚିଛି । ଦେଶରେ ଦୈନିକ ପଜିଟିଭିଟି ରେଟ୍ ୩.୬୮ ପ୍ରତିଶତ ରହିଛି ।
ଦେଶରେ କରୋନା ଗ୍ରାଫ୍ ଉପରମୁହାଁ, ୨୪ ଘଣ୍ଟାରେ ବାହାରିଲେ ୧୬ହଜାରରୁ ଅଧିକ ସଂକ୍ରମିତ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ