ନୂଆଦିଲ୍ଲୀ, ସେପ୍ଟେମ୍ବର ୨୮ : ଦୀର୍ଘ ଦିନର ବ୍ୟବଧାନ ପରେ କରୋନା ଭାଇରସ ପୁଣି ତଳମୁହାଁ ହୋଇଥିବା ପରିଲକ୍ଷିତ ହୋଇଛି । ବିଗତ ୨୪ ମଧ୍ୟରେ ଦେଶରେ କରୋନାର ସ୍ଥିତି ଯେଭଳି ଦେଖାଯାଇଛି, ଖୁବ କମ ଦିନ ମଧ୍ୟରେ ଦ୍ୱିତୀୟ ଲହରର ସମାପ୍ତ ହୋଇଯିବ । କିନ୍ତୁ ଲୋକଙ୍କୁ ସତର୍କ ରହିବାକୁ ପଡ଼ିବ । ବିଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୧୦ ହଜାର କମିଛି । ଏହି ସମୟ ମଧ୍ୟରେ ଦେଶରେ ୧୪ ହଜାର ୯୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪ ହଜାର ୨୩୭ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ୧୮୧ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ବିଗତ ୨୪ ଘଣ୍ଟା ପୂର୍ବରୁ ଦେଶରେ ୨୭ ହଜାର ୨୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯ ହଜାର ୬୫୮ ଜଣ କରୋନାରୁ ସୁସ୍ଥ ହୋଇଥିଲେ ଏବଂ ୨୭୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିଲା ।
କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୮୫କୁ ହ୍ରାସ ପାଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୩୬ ଲକ୍ଷ ୯୩ ହଜାର ୧୪୮ ଥିବା ବେଳେ ୩ କୋଟି ୨୯ ଲକ୍ଷ ୪୮ ହଜାର ୬୫୭ ଜଣ ସୁସ୍ଥ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୭ ହଜାର ୪୦୬କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ ।
More Stories
୫୧ ଏକର ଗଞ୍ଜେଇ ଗଛ କାଟି ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ*
ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ବନପାଳ ଓ ଗାଁ ସାଥୀ*
ଡେଲାଙ୍ଗ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆଇଆଇଡବ୍ଲ୍ୟୁଏମ୍ ରେ କର୍ମଶାଳା