Headlines Odisha Tv

An Odia News Portal

ଦେଶରେ ବଢୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୪୦୪୧ କରୋନା ପଜିଟିଭ୍

ନୂଆଦିଲ୍ଲୀ ୦୩/୦୬: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୪ ହଜାର ତଳକୁ ଖସିବା ପରେ ପୁଣି ବଢିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୦୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୧୧୭୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୨୨ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୪୬୫୧ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

You may have missed

1 min read
1 min read