Headlines Odisha Tv

An Odia News Portal

ଦେଶରେ ବଢୁଛି ସଂକ୍ରମଣ

ନୂଆଦିଲ୍ଲୀ ୨୬/୦୪: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି କାୟା ମେଲାଇଛି ସଂକ୍ରମଣ।  ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି। ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୪୮୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୦ ଲକ୍ଷ ୬୨ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୫୬୩୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୨୩ ହଜାର ୩୧୧ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ  ୫୨୩୬୨୨ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

You may have missed

1 min read
1 min read