ଖଣ୍ଡପଡା ୧୪।୬: ନଦୀ ପଠାରୁ ମୃତଦେହ ଉଦ୍ଧାର ହୋଇଛି । ନୟାଗଡ ଜିଲ୍ଲା ଖଣ୍ଡପଡା ଥାନା କିଆଝର ପଞ୍ଚାୟତ ଗିରିଡ଼ିପଲ୍ଲୀ ଗ୍ରାମ ନିକଟରେ ଥିବା ନଦୀପଠାରୁ ମୃତଦେହ ଉଦ୍ଧାର ହୋଇଛି । ଏହାସହ ଦୁଇ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି ।ତେବେ ଆକ୍ରମଣର ଶିକାର ହୋଇଥିବା ବ୍ୟକ୍ତିମାନେ ସମ୍ବଲପୁର, ହୀରାକୁଦ ଅଞ୍ଚଳର ବୋଲି ସୂଚନା ମିଳିଛି । ଖଣ୍ଡପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଆହତ ଦୁଇ ଜଣଙ୍କୁ ଉଦ୍ଧାର କରିଛି । ତେବେ ହନୁମାନ ପଇସା ପାଇଁ ଏଭଳି କାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଘଟଣା ପଛର ପ୍ରକୃତ କାରଣ ଜାଣିବା ପାଇଁ ପୋଲିସ ଅଧିକ ତଦନ୍ତ ଜାରି ରଖିଛି ।
ନଦୀପଠାରୁ ଜଣଙ୍କ ମୃତଦେହ ଉଦ୍ଧାର, ୨ ଜଣଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କଲା ପୋଲିସ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ