ନୂଆପଡା ୧୬।୧୧: ନୂଆପଡ଼ା ଜିଲ୍ଲା ଲଖନା ଥାନା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିକ୍ଅପ୍ ଭ୍ୟାନ୍-ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି । ଏଥିରେ ଜଣେ ବାଇକ୍ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ଲଖନା ଥାନା ନିକଟରେ ଆସୁଥିବା ପିକ୍ଅପ୍ ଭ୍ୟାନ୍ଟି ବିପରୀତ ଦିଗରୁ ଆସୁଥିବା ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହାଫଳରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ତୁରନ୍ତ ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ସ୍ଥାନୀୟ ସିଆଲଟି ଗାଁର ବୋଲି ଜଣାପଡିଛି । ଏବେ ସୁଦ୍ଧା ଗୁରୁତରଙ୍କ ପରିଚୟ ମିଳିପାରିନାହିଁ ।
ପିକ୍ଅପ୍ ଭ୍ୟାନ୍-ବାଇକ୍ ମୁହାଁମୁହିଁ ଧକ୍କା : ବାଇକ୍ ଆରୋହୀ ମୃତ, ଜଣେ ଗୁରୁତର

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ