ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ଭାଟିକାନ୍ରେ ଖ୍ରୀଷ୍ଟ ଧର୍ମଗୁରୁ ପୋପ୍ ଫ୍ରାନସିସ୍ଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହାପରେ ମୁଖ୍ୟମନ୍ତ୍ରୀ ଖୁସି ଜାହିର୍ କରିବା ସହ ସାକ୍ଷାତ ପାଇଁ ପୋପ୍ଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପୋପ୍ଙ୍କର ସୁସ୍ଥ ଏବଂ ଦୀର୍ଘ ଜୀବନ ମଧ୍ୟ କାମନା କରିଛନ୍ତି।ମୁଖ୍ୟମନ୍ତ୍ରୀ ଓଡ଼ିଶା ଏବଂ ଓଡ଼ିଶା ବାସୀଙ୍କ ତରଫରୁ ପୋପ୍ଙ୍କୁ ଏକ ପଟ୍ଟଚିତ୍ର ଉପହାର ଦେଇଛନ୍ତି। ଯାହା ଜୀବନର ବୃକ୍ଷକୁ ଚିତ୍ରଣ କରିଛି। ଏହି ଅବସରରେ ଭାଟିକାନ୍ରେ ଅବସ୍ଥାପିତ ଥିବା ବହୁ ଭାରତୀୟ ପ୍ରିଷ୍ଟ ଏବଂ ସିଷ୍ଟର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଖୁସି ଜାହିର୍ କରିବା ସହ ଶୁଭେଚ୍ଛା ଜଣାଇଥିଲେ। ମୁଖ୍ୟମନ୍ତ୍ରୀ ମଧ୍ୟ ସେମାନଙ୍କ ସହ ଫଟୋ ଉଠାଇଥିଲେ।
ପୋପ୍ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାବାସୀଙ୍କ ତରଫରୁ ପଟ୍ଟଚିତ୍ର ଉପହାର ଦେଲେ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିଠାରୁ ଦୁଗ୍ଧ ଦର ଲିଟର୍ପିଛା ୩ ଟଙ୍କା ବୃଦ୍ଧି କଲା ‘ଅମୂଲ’