ସୁବର୍ଣ୍ଣପୁର ୧୧।୨: ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ଥାନା ପିପିଲିକାନୀ ଅଞ୍ଚଳରୁ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । କଚନମୁଡା ପୋଖରୀରୁ ଜଣେ ବୃଦ୍ଧଙ୍କ ମୃତଦେହ ଭାସୁଥିବା ଦେଖିଥିଲେ ସ୍ଥାନୀୟ ଲୋକ । ତେବେ ମୃତକଙ୍କ ପରିଚୟ ମିଳିନଥିବା ବେଳେ ତାଙ୍କ ବୟସ ୬୫ ବର୍ଷରୁ ଅଧିକ ହେବ ବୋଲି ଜଣାପଡ଼ିଛି । ଗାଁ ଲୋକମାନେ ପୋଖରୀକୁ ଶୌଚ ହେବା ପାଇଁ ଯାଇଥିବା ବେଳେ ପୋଖରୀରେ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ । ପରେ ଉଲୁଣ୍ଡା ଦମକଳ ବହିନୀକୁ ଖବର ଦେବା ପରେ ଶବକୁ ପୋଖରୀରୁ ଉଦ୍ଧାର ପାଇଁ ପହଞ୍ଚିଛି । ଖବର ଲେଖା ହେବ ପର୍ଯ୍ୟନ୍ତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡିଛି ।
ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ