Headlines Odisha Tv

An Odia News Portal

ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗୁଆ, ପଛରେ ବିଜେପିର ପ୍ରଦୀପ ପୁରୋହିତ

ବରଗଡ଼: ପଦ୍ମପୁର ଉପନିର୍ବାଚନରେ ଭୋଟ୍ ଗଣତି ଚାଲିଜାରି ରହିଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗରେ ରହିଥିବାର ସୂଚନା ମିଳିଛି। ଏଯାଏ ବିଜେଡିକୁ ୫୫୦୧ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ୩୭୮୯ ଓ କଂଗ୍ରେସକୁ ୨୦୬ ଖଣ୍ଡ ଭୋଟ୍ ମିଳିଛି। ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ଏବେ ୧୭୧୨ ଖଣ୍ଡ ଭୋଟରେ ଆଗୁଆ ରହିଛି। ପଦ୍ମପୁରରେ ଗୁରୁବାର ସକାଳ ୮ଟାରୁ ଭୋଟ୍ ଗଣତି ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମେ ୨୯୬ଟି ପୋଷ୍ଟାଲ ବାଲାଟ୍ ଗଣତି ହୋଇଥିଲା। ଏଥିରେ ୨୪ଟି ସର୍ଭିସ ଭୋଟରଙ୍କ ଭୋଟ୍ ଏବଂ ୨୭୨ଟି ଅନୁପସ୍ଥିତ ଭୋଟରଙ୍କ (ମତଦାନ କେନ୍ଦ୍ରକୁ ଆସିପାରିନଥିବା ଦିବ୍ୟାଙ୍ଗ ଏବଂ ୮୦ବର୍ଷରୁ ଊର୍ଦ୍ଧ୍ବ (ବରିଷ୍ଠ ନାଗରିକ) ଭୋଟ୍ ଗଣତି ହୋଇଥିଲା। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପଦ୍ମପୁର ଆରଏମସି ପରିସର ଭୋଟ ଗଣତି କେନ୍ଦ୍ରରେ ଏହା ଚାଲିଛି। ୧୪ ଟେବୁଲରେ ଗଣତି ଚାଲିଥିବାବେଳେ ୨୩ ରାଉଣ୍ଡରେ ଗଣତି ସରିବ। ବିଜେଡି, ଭାଜପା ଏବଂ କଂଗ୍ରେସ ପ୍ରାର୍ଥୀଙ୍କ ସମେତ ୧୦ଜଣ ଏହି ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବେଳେ ଆଜି ସେମାନଙ୍କ ଭାଗ୍ୟ ପରୀକ୍ଷାଫଳ ଜଣାପଡିବ। ଏଠାରେ ସୂଚନାତଥାଉକି,ଏହି ଉପନିର୍ବାଚନରେ ରେକର୍ଡ ସଂଖ୍ୟକ ଅର୍ଥାତ୍ ୮୧.୨୯ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟରଙ୍କ ମଧ୍ୟରୁ ୨ଲକ୍ଷ ୯ହଜାର ୩୦୯ ଭୋଟର ୩୧୯ ବୁଥରେ ମତଦାନ କରିଥିଲେ।