ଭୁବନେଶ୍ୱର ୨୫/୧୧: ଆଜି ବିଧାନସଭା ଅଧିବେଶନର ଦ୍ୱିତୀୟ ଦିନ । ଗୃହ ଆରମ୍ଭରୁ ବିରୋଧୀଙ୍କ ହୋହଲ୍ଲା ଓ ହଟ୍ଟଗୋଳ ପାଇଁ ଚାଲିପାରିଲାନି ଗୃହ । ଫଳରେ ଗୃହକୁ ୧୧.୩୦ ଯାଏଁ ଗୃହ ମୁଲତବୀ କରିଛନ୍ତି ବାଚସ୍ପତି । ସୂଚନା ଥାଉକି, ପ୍ରଶ୍ନକାଳ ଆରମ୍ଭରୁ ଗୃହରେ ହୋହଲ୍ଲା କରିଥିଲେ ଉଭୟ ବିଜେପି ଓ କଂଗ୍ରେସ । ଚାଷୀ ପ୍ରସଙ୍ଗରେ ବିଧାନସଭା ହୁଲସ୍ତୁଲ କରିଥିଲେ ବିରୋଧୀ । ଏମିତିକି ବାଚସ୍ପତିଙ୍କ ପୋଡିୟମ ଆଗରେ ନାରାବାଜି କରିଥିଲେ ବିରୋଧୀ । ସେପଟେ ବିଜେଡି ଉଠାଇଥିଲା ଧାନର ଏମଏସପି ପ୍ରସଙ୍ଗ । ଫଳରେ ବାଚସ୍ପତି ଗୃହକୁ ମୁଲତବୀ କରିବାକୁ ବାଧ୍ୟ ହୋଇଥିଲେ ।
ପ୍ରଶ୍ନକାଳରେ ଉଠିଲା ଚାଷୀ ପ୍ରସଙ୍ଗ, ଗୃହରେ ହଟ୍ଟଗୋଳ:

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ