ଭୁବନେଶ୍ବର: ଆସନ୍ତା ଫେବ୍ରୁଆରି ୧ରୁ ୩ ତାରିଖ ପର୍ଯ୍ୟନ୍ତ ପଦୋନ୍ନତି ଅଦାଲତ ଆୟୋଜନ ହେବ। ୨୦୨୨ ଡିସେମ୍ବର ୩୧ ତାରିଖ ସୁଦ୍ଧା ଯେଉଁ ସରକାରୀ କର୍ମଚାରୀମାନେ ପଦୋନ୍ନତି ପାଇପାରିଥାନ୍ତେ କିନ୍ତୁ ପାଇନାହାନ୍ତି ସେସବୁ ପଦୋନ୍ନତି ପ୍ରସଙ୍ଗଗୁଡ଼ିକ ପଦୋନ୍ନତି ଅଦାଲତରେ ବିଚାରକୁ ନିଆଯିବ। ଇ-ମେଲ୍ ଜରିଆରେ ସମୁଦାୟ ୧୩୨୬ଟି ଆବେଦନପତ୍ର ଗ୍ରହଣ କରାଯାଇଛି। ସେଥିରୁ gadmin.or@nic.in ଜରିଆରେ ମିଳିଥିବା ୬୭୧ଟି ଆବେଦନପତ୍ର ଓ ପଦୋନ୍ନତି ଅଦଲାତ ପୋର୍ଟାଲ http://promotion.hrmsodisha.gov.in ଜରିଆରେ ମିଳିଥିବା ୬୫୫ଟି ଆବେଦନପତ୍ରକୁ ପଦୋନ୍ନତି ଅଦାଲତରେ ଉପସ୍ଥାପନ କରାଯିବ। ଆବେଦନକାରୀମାନଙ୍କୁ ପ୍ରାପ୍ତିସ୍ବୀକାର ପଠାଇ ଦିଆଯାଇଛି। ଇ-ମେଲ ବା ପଦୋନ୍ନତି ଅଦାଲତ ପୋର୍ଟାଲରେ ଉପଲବ୍ଧ ପ୍ରାପ୍ତିସ୍ବୀକାରର ଗୋଟିଏ ଫଟୋ କପି ଆଣିବାକୁ ଆବେଦନକାରୀଙ୍କୁ ପରାମର୍ଶ ଦିଆଯାଇଛି। ପଦୋନ୍ନତି ଅଦାଲତ ଅନୁଷ୍ଠିତ ହେଉଥିବା ସ୍ଥାନଗୁଡ଼ିକୁ କେବଳ ଆବେଦନକାରୀମାନେ ପ୍ରବେଶ କରିପାରିବେ।
ଫେବ୍ରୁଆରି ୧ରୁ ପଦୋନ୍ନତି ଅଦାଲତ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ