ଭୁବନେଶ୍ୱର, ଅଗଷ୍ଟ ୧୩ : ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ । ଧୀରେ ଧୀରେ ଏହା ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଆସନ୍ତା ୧୫ ପରେ ତାରିଖ ପରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ବଙ୍ଗୋପସାଗରରେ ଲଘୁଚାପ ହେଲେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । କିନ୍ତୁ ଅଗଷ୍ଟ ମାସରେ ଏପର୍ଯ୍ୟନ୍ତ କୌଣସି ଲଘୁଚାପ ସୃଷ୍ଟି ହୋଇନି । ଫଳରେ ବର୍ଷାର ପରିମାଣ କମ ରହୁଛି । ତେବେ ୧୫ରୁ ବର୍ଷାର ପରିମାଣ ବଢିବା ସହ ନିଆଣ୍ଟିଆ ବର୍ଷାର ଅଭାବ ପୂରଣ ହୋଇପାରେ ବୋଲି ସେ ଅନୁମାନ କରିଛନ୍ତି
More Stories
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ବହୁ ଚର୍ଚ୍ଚିତ ନଦୀରୁ ଇନ୍ଦୁପୁର ନଦୀ ପୋଲ୍ହ ରୁ ପେଲି ମାରିଦେବା ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ନିକିରାଇ ପୋଲିସ l