ଭୁବନେଶ୍ବର ୦୩।୧୧ : ବନ୍ଦ ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଚିନ୍ତାମଣିଶ୍ୱର ଅଞ୍ଚଳରୁ ମିଳିଛି ମୃତଦେହ। ଯୁବତୀ ଜଣଙ୍କ ଆତ୍ମହତ୍ୟା କରିଥିବା ସଂଦେହ କରାଯାଉଛି । ଘଟଣାସ୍ଥଳରେ ଲକ୍ଷ୍ମୀସାଗର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଖବର ଅନୁଯାୟୀ, ମୃତ ଯୁବତୀ ହେଲେ ନୟାଗଡ ଅଞ୍ଚଳର ସ୍ନେହଳତା ସ୍ଵାଇଁ । ଉଭୟଙ୍କ ପରିବାର ସହମତିରେ ନିଜ ପ୍ରେମିକ ସହ ବିବାହ ଠିକ ହୋଇଥିଲା । ମଙ୍ଗଳବାର ସନ୍ଧ୍ୟାରେ କୌଣସି କଥାକୁ ନେଇ ଝଗଡା ହୋଇଥିଲା। ଝଗଡା ପରେ ମୋବାଇଲକୁ ଭାଙ୍ଗିଦେଇଥିଲେ ସ୍ନେହଳତା । ପରେ ରାତିରେ ଓଢଣୀରେ ଝୁଲି ପଡ଼ିଥିଲେ ସ୍ନେହଲତା । ତେବେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ବିଭିନ୍ନ ଦିଗକୁ ନେଇ ଛାନ୍ଭିନ୍ କରୁଛି । ଏପିରିକି ଆବଶ୍ୟକ ପଡିଲେ ସାଇଣ୍ଟିଫିକ୍ ଟିମ୍ର ସହଯୋଗ ମଧ୍ୟ ନେଇପାରେ ପୋଲିସ ବୋଲି ଜଣାପଡିଛି ।
ବନ୍ଦ ଘରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ