ନୂଆଦିଲ୍ଲୀ, ନଭେମ୍ବର ୨୬ : କରୋନା ଭାଇରସ ମହାମାରୀ ଭାରତ ସମେତ ସମଗ୍ର ବିଶ୍ବ ପାଇଁ ଚିନ୍ତାର କାରଣ ପାଲଟିଛି। ପାଖାପାଖି ୨ ବର୍ଷ ହେବ ବିଶ୍ବର ଜନତା ଏହି ସଂକ୍ରମଣରେ ଛଟପଟ ହେଉଛନ୍ତି। ଏହି ମହାମାରୀ ଯୋଗୁଁ ୫୧.୯୮ ଲକ୍ଷ ଲୋକଙ୍କର ମୃତ୍ୟୁ ହୋଇସାରିଛି। ଆକ୍ରାନ୍ତଙ୍କ ସଂଖ୍ୟା ୨୬ କୋଟି ଅତିକ୍ରମ କରିସାରିଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ବରେ ୫ ଲକ୍ଷ ୪୫ ହଜାର ୨୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬ ହଜାର ୪୦୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।
ଆଜି ସକାଳ ୬ଟା ପର୍ଯ୍ୟନ୍ତ ବିଶ୍ବବ୍ୟାପୀ ୨୬ କୋଟି ୨ ଲକ୍ଷ ୪୨ ହଜାର ୫୦୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। କରୋନା ଯୋଗୁଁ ୫୧ ଲକ୍ଷ ୯୮ ହଜାର ୪୧୬ ଜଣଙ୍କର ମୃତ୍ୟୁ ହୋଇସାରିଛି। ଏବେ ବିଶ୍ବରେ ୨୩ କୋଟି ୫୧ ଲକ୍ଷ ୯୬ ହଜାର ୫୫୧ ଜଣ କରୋନାରୁ ସୁସ୍ଥ ହୋଇସାରିଥିବା ବେଳେ ୧ କୋଟି ୯୮ ଲକ୍ଷ ୪୭ ହଜାର ୬୩୮ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଏଥିରୁ ୮୨ ହଜାର ୬୪୩ ରୋଗୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି।
More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ