ଓଡ଼ିଶା : ବଢିଲା ଓମଫେଡ୍ କ୍ଷୀର ଦର । କ୍ଷୀର ଦର ଲିଟର ପିଛା ଦୁଇ ଟଙ୍କା ବୃଦ୍ଧି ପାଇବ । ଆସନ୍ତା ୨୧ ତାରିଖରୁ ଏହି ନୂଆ ଦର ଲାଗୁ ହେବ । ଦୁଗ୍ଧ ଉତ୍ପାଦନ ସହ ପ୍ରତ୍ୟେକ୍ଷ ଓ ପରୋକ୍ଷ ଭାବେ ଜଡିତ ବିଭିନ୍ନ ସାମଗ୍ରୀର ମୂଲ୍ୟ ବୃଦ୍ଧି ହୋଇଛି । ବିଜୁଳି, ପ୍ୟାକେଜିଂ, ପରିବହନ ଓ ଗାଈର ଦାନା ମୂଲ୍ୟ ବୃଦ୍ଧି ପାଉଛି । ତେଣୁ କ୍ଷୀର ଦର ବୃଦ୍ଧି ପାଇବାର ଆବଶ୍ୟକତା ରହିଛି ବୋଲି ଓମଫେଡ୍ ପକ୍ଷରୁ କୁହାଯାଇଛି । ଏହା ଦ୍ୱାରା ଦୁଗ୍ଧ ଉତ୍ପାଦକମାନେ ଅଧିକ ଉତ୍ପାଦନ ପାଇଁ ଉତ୍ସାହିତ ହେବେ ବୋଲି କହିଛି ଓମଫେଡ୍ । ଶେଷ ଥର ପାଇଁ ୨୦୨୦ରେ ଓମଫେଡ୍ କ୍ଷୀର ଦର ଲିଟର ପିଛା ଦୁଇ ଟଙ୍କା ବୃଦ୍ଧି ପାଇଥିଲା ।
More Stories
୫୧ ଏକର ଗଞ୍ଜେଇ ଗଛ କାଟି ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ*
ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ବନପାଳ ଓ ଗାଁ ସାଥୀ*
ଡେଲାଙ୍ଗ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆଇଆଇଡବ୍ଲ୍ୟୁଏମ୍ ରେ କର୍ମଶାଳା