ନୂଆଦିଲ୍ଲୀ, ଅକ୍ଟୋବର ୨୪ : ଦେଶରେ କରୋନା ଭାଇରସ ମହାମାରୀ ପୁଣି ଥରେ ଉପରମୁହାଁ ହୋଇଛି। ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬ ହଜାର ୭୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୧୬ ହଜାର ୫୦୦ ଲୋକ କରୋନରୁ ସୁସ୍ଥ ହୋଇଥିଲା ବେଳେ ୫୫୯ ଜଣଙ୍କର ପ୍ରାଣହାନୀ ଘଟିଛି। ଦେଶରେ କରୋନା ଭାଇରସ ସଂକ୍ରମଣ ବ୍ୟାପିବାରେ ବିରାମ ଲାଗୁନାହିଁ। ବ୍ୟାପକ ସତର୍କତା ଅଭିଯାନ, ଟିକାକରଣ ଓ ଅନ୍ୟ ଅବଶ୍ୟକ ପଦକ୍ଷେପ ନିଆଯିବା ସତ୍ତ୍ବେ ସଂକ୍ରମଣ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ପୂର୍ବରୁ ଦେଶରେ ୧୬ ହଜାର ୩୩୧ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିଲେ। ଏହି ସମୟ ମଧ୍ୟରେ ୧୭ ହଜାର ୬୩୩ ଜଣ କରୋନାରୁ ସୁସ୍ଥ ହୋଇଥିବା ବେଳେ ୬୬୬ ଜଣଙ୍କ ମୃତ୍ୟୁ ହୋଇଥିଲା।
କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟରର ତଥ୍ୟ ଅନୁସାରେ ଦେଶରେ ଆଜି ପର୍ଯ୍ୟନ୍ତ ଦେଶରେ ୩ କୋଟି ୪୧ ଲକ୍ଷ ୭୪ ହଜାର ୮୪୩ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। ଏଥିରୁ ୩ କୋଟି ୩୫ ଲକ୍ଷ ୪୦ ହଜାର ୯୫୦ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୪ ଲକ୍ଷ ୫୪ ହଜାର ୩୦୧ ଲୋକ କରୋନାଜନିତ ମୃତ୍ୟୁ ହୋଇଥିବା ବେଳେ ଏବେ ୧ ଲକ୍ଷ ୭୯ ହଜାର ୫୯୨ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ତେବେ ଭାରତ ସରକାରଙ୍କ ଦ୍ବାରା ଦୈନିକ କରୋନା ରିପୋର୍ଟ ଜାରି ହେବା ପରେ ଦେଶର ପ୍ରକୃତ ସଂକ୍ରମଣ ତଥ୍ୟ ଜଣାପଡ଼ିବ।
More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ