ନୂଆଦିଲ୍ଲୀ, ଅଗଷ୍ଟ ୦୫ : ଭାରତରେ କରୋନାର ଦୈନିକ ସଂକ୍ରମଣ ପାଖାପାଖି ୪୦ ହଜାର ରହୁଛି । ୨ୟ ଲହରରେ କେବେ ସୁଧାର ଆସିବ ବିଶେଷଜ୍ଞମାନେ ମଧ୍ୟ କହିପାରୁ ନାହାନ୍ତି । ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ ପୁଣି ଥରେ ୪୨ ହଜାର ୮୧୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ସମୟ ମଧ୍ୟରେ ୫୩୨ ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ୨୪ ଘଣ୍ଟା ପୂର୍ବରୁ ୪୨ ହଜାର ୫୬୬ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ ଏବଂ ୫୬୧ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିଲା । କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧୭ ହଜାର ୨୩୮କୁ ବୃଦ୍ଧି ପାଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୬୧ ଲକ୍ଷ ୭୩ ହଜାର ୭୬୯ ପହଂଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୬ ହଜାର ୩୨୧କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ ।
More Stories
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ବହୁ ଚର୍ଚ୍ଚିତ ନଦୀରୁ ଇନ୍ଦୁପୁର ନଦୀ ପୋଲ୍ହ ରୁ ପେଲି ମାରିଦେବା ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ନିକିରାଇ ପୋଲିସ l