ନୂଆଦିଲ୍ଲୀ, ଅଗଷ୍ଟ ୧୨ : କରୋନା ଭାଇରସ ସଂକ୍ରମଣ ଦେଶରେ ନିୟନ୍ତ୍ରିତ ହୋଇପାରୁ ନାହିଁ । ବିଗତ ୨୪ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ତୁଳନାରେ କମ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗତ ୨୪ ଘଣ୍ଟା ମଧ୍ୟରେ ୪୩ ହଜାର ୬୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ସମୟ ମଧ୍ୟରେ ୫୧୯ ଜଣଙ୍କର ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟା ପୂର୍ବରୁ ୩୬ ହଜାର ୩୧୬ ଜଣ ଲୋକ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । କିନ୍ତୁ ଏହି ସମୟ ମଧ୍ୟରେ ୩୭ ହଜାର ୨୪୧ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୪ ହଜାର ୬୬୩କୁ ବୃଦ୍ଧି ହୋଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୨୦ ଲକ୍ଷ ୭୬ ହଜାର ୯୭୪ ପହଂଚିଥିବା ବେଳେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୯ ହଜାର ୧୭୦୨କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ
More Stories
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ବହୁ ଚର୍ଚ୍ଚିତ ନଦୀରୁ ଇନ୍ଦୁପୁର ନଦୀ ପୋଲ୍ହ ରୁ ପେଲି ମାରିଦେବା ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ନିକିରାଇ ପୋଲିସ l