ଭୁବନ ୧୦।୦୯: ଢେଙ୍କାନାଳ ଜିଲ୍ଲା ଭୁବନ ଥାନା ସୁରପ୍ରତାପପୁର ଗାଁ ପ୍ରଧାନସାହିରେ ବ୍ରଜାଘାତ । ଏଥିରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ସୁରପ୍ରତାପୁର ଗାଁ ମଣ୍ଡପରେ ବସିଥିବା ବେଳେ ଘଟିଲା ଅଘଟଣ । ବଜ୍ରାଘାତ ପଡି ମଣ୍ଡପରେ ବସିଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ନାମ କୋଚା ସାହୁ ହୋଇଥିବା ବେଳେ ଗୁରୁତରଙ୍କ ନାମ ଚିତେଇ ସାହୁ ବୋଲି ଜଣାପଡିଛି । ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।
ମଣ୍ଡପରେ ବସିଥିବା ବେଳେ ମାରିଲା ଚଡ଼କ : ଜଣେ ମୃତ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ