ଭୁବନେଶ୍ୱର : ମାଘରେ ଶୀତ ଗାଏବ। ବଦଳୁଛି ପାଣିପାଗ । କମିଛି ଶୀତ ବଢୁଛି ତାପମାତ୍ରା । ବିଭିନ୍ନ ସ୍ଥାନରେ ସ୍ୱାଭାବିକ ତାପମାତ୍ରାଠାରୁ ୩ ରୁ୪ ଡିଗ୍ରୀ ସେଲସିୟସ ଉପରେ ପାରଦ । ୩୧ ଡିଗ୍ରୀ ସେଲସିୟସ ଉପରେ ୧୭ଟି ସହର ସର୍ବୋଚ୍ଚ ତାପମାତ୍ରା ଥିବା ବେଳେ ୩୨ ଡିଗ୍ରୀ ସେଲସିୟସ ଉପରେ ୭ଟି ସହରର ତାପମାତ୍ରା ରହିଛି । ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ୩୩.୦୮ ଡିଗ୍ରୀ ସେଲସିୟସ ରହିଛି ।ଆଗକୁ ଆହୁରି ତାପମାତ୍ରା ବୃଦ୍ଧି ହେବ ବୋଲି ଆଗୁଆ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ବାୟୁମଣ୍ଡଳରେ ସାମୁଦ୍ରିକ ବାୟୁର ପ୍ରଭାବ ନାହିଁ । ଏଥିପାଇଁ ତାପମାତ୍ରା ବଢୁଛି । ପୂର୍ବ ବର୍ଷ ଅପେକ୍ଷା ଏଥର ଅଧିକ ତାତି ହେବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
ମାଘରେ ଶୀତ ଗାଏବ, ବଢୁଛି ରାତି ତାପମାତ୍ରା

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ