ମାଲକାନଗିରି ୧୨।୭: ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସିଲେରୁ, ସାବେରୀ, ପୋଟେରୁ ଓ କାଙ୍କୁରୁକୋଣ୍ଡା ନଦୀରେ ଜଳପତ୍ତନ ବୃଦ୍ଧି ପାଇଛି । ମୋଟୁ ସୀମାନ୍ତଠାରୁ ୨ କିଲୋମିଟର ଦୂର ଆନ୍ଧ୍ର ପ୍ରଦେଶର କାଲେରୁ ଗାଁ ନିକଟରେ ୩୨୬ ନମ୍ବର ଜାତୀୟ ରାଜପଥର ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ରାସ୍ତା ଉପରେ ୩ ଫୁଟ ଉଚ୍ଚତାରେ ଜଳ ପ୍ରବାହିତ ହେଉଥିବାରୁ ମାଲକାନଗିରି ଜିଲ୍ଲାର ମୋଟୁ ଓ ଆନ୍ଧ୍ର ପ୍ରଦେଶ ଚିନ୍ତୁର ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ରହିଛି । ସୋମବାର ରାତିରୁ ମୋଟୁ ସୀମାନ୍ତରେ ଅନେକ ଯାନବାହାନ ଅଟକି ରହିଛି । ସେପଟେ ସୋମବାର ରାତିରେ ଏମଭି ୯୬ ପୋଲ ଉପରେ ୨ ଫୁଟ ପାଣି ଚାଲିଥିବା ବେଳେ ମଙ୍ଗଳବାର ସକାଳୁ ସେଠାରେ ପାଣି କମିଛି । ତେବେ ମାଲକାନଗିରି ସହରର ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ତଳିଆ ଅଞ୍ଚଳରେ ବର୍ଷା ପାଣି ଯୋଗୁଁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।
ମାଲକାନଗିରିରେ ଲଗାଣ ବର୍ଷା : ରାସ୍ତା ଉପରେ ୩ ଫୁଟ ଉଚ୍ଚତାରେ ଜଳ ପ୍ରବାହିତ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ