ସାଲେପୁର ୧୭/୦୨: ମାହାଙ୍ଗା ଡବଲ ମର୍ଡର ଘଟଣାର ୬ ଅଭିଯୁକ୍ତଙ୍କୁ ନିରାଶ ହେବାକୁ ପଡ଼ିଛି । ସମସ୍ତ ଅଭିଯୁକ୍ତଙ୍କ ଜାମିନ ଆବେଦନକୁ ଅଗ୍ରାହ୍ୟ କରିଦେଇଛନ୍ତି ହାଇକୋର୍ଟ । ଜାମିନ ଆବେଦନ ଉପରେ ଶୁଣାଣି ଶେଷ କରି ଗତ ୧୪ ତାରିଖରେ ରାୟକୁ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । ୨୦୨୧ ଜାନୁଆରି ୨ ତାରିଖରେ ବିଜେପି ନେତା କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରାଯାଇଥିଲା । ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳଙ୍କ ଏତଲା ଆଧାରରେ ଛଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ପୋଲିସ । ମାମଲା ସମ୍ପର୍କିତ ଚାର୍ଜସିଟ ମଧ୍ୟ ପୋଲିସ ଦାଖଲ କରି ସାରିଛି । କଟକ ଜିଲ୍ଲା ଦୌରାଜଜ ଅଦାଲତରେ ଜାମିନ ଖାରଜ ହେବା ପରେ ୬ ଅଭିଯୁକ୍ତ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏହି ଚର୍ଚ୍ଚିତ ମାମଲାର ଶୁଣାଣି ହୋଇଛି ।
ମାହାଙ୍ଗା ଡବଲ ମର୍ଡର ଘଟଣାରେ ନିରାଶ ହେଲେ ଅଭିଯୁକ୍ତ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ