ଭୁବନେଶ୍ୱର, ଡିସେମ୍ବର୨୩ : ରାଜଧାନୀ ଭୁବନେଶ୍ୱରରେ ବଢୁଛି କଣ୍ଟେନମେଣ୍ଟ ଜୋନ୍ ସଂଖ୍ୟା । ମଙ୍ଗଳବାର ୨ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଥିବା ବେଳେ ବୁଧବାର ପୁଣି ଆଉ ଏକ ଅଞ୍ଚଳକୁ ବିଅମସି କଣ୍ଟେନମେଣ୍ଟ ଘୋଷଣା କରିଛି । ଫଳରେ ଭୁବନେଶ୍ୱରରେ କଣ୍ଟେନମେଣ୍ଟ ଜୋନ୍ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ଡୁମଡୁମାର କସମୋପୋଲିସ ଆପାର୍ଟମେଣ୍ଟର ୪ଟି ଫ୍ଲାଟ୍ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ୪ଟି ଫ୍ଲାଟରୁ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଏମସି ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ସେହିପରି ମଙ୍ଗଳବାର ବମିଖାଲ ଜୟଦୁର୍ଗା ନଗର ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ବିଏମସି କରିଛି । କରୋନାର ଦ୍ୱିତୀୟ ଲହରର ପ୍ରକୋପ କମିବା ପରେ ରାଜଧାନୀରେ ସ୍ଥିତି ସ୍ୱାଭାବିକ ହୋଇଥିଲା । ମାତ୍ର ଓମିକ୍ରନ ଯୋଗୁଁ ପୁଣି ଥରେ କଟକଣା ଲାଗୁ କରାଯାଉଛି । ସେହିପରି ରାଜ୍ୟ ବାହାରୁ ଆସିଥିବା କିଛି ଲୋକଙ୍କ ଯୋଗୁଁ ସଂକ୍ରମଣ ଚିନ୍ତା ବଢୁଛି ।
ରାଜଧାନୀରେ ବଢୁଛି କଣ୍ଟେନମେଣ୍ଟଜୋନ୍ ସଂଖ୍ୟା

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ