Headlines Odisha Tv

An Odia News Portal

ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ଅକ୍ଟୋବର ୭ :n ଗତ ୨୪ ଘଣ୍ଟାରେ ୫୮୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୯ ହଜାର ୯୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏଥି ମଧ୍ୟରୁ ୫୧୧୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୧୬ ହଜାର ୫୯୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୪୪୩୬୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।