ଭୁବନେଶ୍ୱର ୦୮।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୪୭୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ ପୁଲ୍ରୁ ୩ଜଣ ରହିଛନ୍ତି ।
ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୨ କୋଭିଡ୍ ପଜିଟିଭ୍

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ