Headlines Odisha Tv

An Odia News Portal

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍

ଭୁବନେଶ୍ଵର ୦୩।୦୬ : ରାଜ୍ୟରେ ତଳକୁ ଖସିଲା କରୋନା ଗ୍ରାଫ୍। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୭୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୨୧୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୭୮୪୬୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

You may have missed

1 min read
1 min read