ଭୁବନେଶ୍ୱର, ଅକ୍ଟୋବର ୧୨ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି । ଆର୍ଥାତ ଆକ୍ରାନ୍ତଙ୍କ ସଂଖ୍ୟା ଉପର ତଳ ହେଉଛି । ସେହିପରି ଗତ ୨୪ ଘଣ୍ଟାରେ ୫୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୨୬୭୩ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୮ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୨୨୧ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୬୨ ଜଣ ପଜିଟିଭ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ୱର ୨୦, ବରଗଡରୁ ୧, ଭଦ୍ରକରୁ ୩, ବଲାଙ୍ଗୀରରୁ ୧, କଟକରୁ ୩୭, ଦେଓଗଡରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୩, , ଗଞ୍ଜାମରୁ ୬, ଜଗତସିଂହପୁରରୁ ୮, ଯାଜପୁରରୁ ୧୫, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୧୧, କେନ୍ଦୁଝରରୁ ୭, ଖୋର୍ଦ୍ଧାରୁ ୨୭୪, କୋରାପୁଟରୁ ୨, ମୟୂରଭଞ୍ଜରୁ ୨୩, ନୟାଗଡରୁ ୭, ନୂଆପଡାରୁ ୬, ପୁରୀରୁ ୧୩, ରାୟଗଡାରୁ ୧, ସମ୍ବଲପୁରରୁ ୧୧, ସୁନ୍ଦରଗଡରୁ ୧୦, ଓ ଷ୍ଟେଟ ପୁଲରୁ ୬୩ ଜଣ ରହିଛନ୍ତି । ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୩୨୬୭୩ ଜଣ କରୋନା ଆକ୍ରାନ୍ତ ଚିହନ୍ଟ ହୋଇଛନ୍ତି । ସେଥିମଧ୍ୟରୁ ୫୧୪୧ ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୧୦୧୯୨୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
More Stories
୫୧ ଏକର ଗଞ୍ଜେଇ ଗଛ କାଟି ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ*
ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ବନପାଳ ଓ ଗାଁ ସାଥୀ*
ଡେଲାଙ୍ଗ ଜଳବନ୍ଦୀ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଆଇଆଇଡବ୍ଲ୍ୟୁଏମ୍ ରେ କର୍ମଶାଳା