ଭୁବନେଶ୍ୱର, ଅଗଷ୍ଟ ୪ : ରାଜ୍ୟରେ କରୋନା ମହାମାରୀର ଦ୍ୱିତୀୟ ଲହରର ପ୍ରଭାବ କମିଆସୁଥିବା ବେଳେ ଏବେ ଦୈନିକ ସଂକ୍ରମଣ ଦୋଳି ଖେଳୁଛି । କେତେବେଳେ ରାଜ୍ୟରେ ଦୈନିକ ସଂକ୍ରମଣ କମିଯାଉଛି ତ ଆଉ କେତେବେଳେ ପୁଣି ବୃଦ୍ଧି ପାଉଛି ଦୈନିକ ସଂକ୍ରମଣ ଯାହା ଏବେ ସବୁଠାରୁ ବଡ଼ ଚିନ୍ତାର ବିଷୟ ପାଲଟିଛି । ଗତ କାଲି ୧୧ଶହ ଦୈନିକ ସଂକ୍ରମଣର ଟ୍ରେଣ୍ଡ ରହିଥିବା ବେଳେ ଆଜି ପୁଣି ବୃଦ୍ଧି ପାଇଛି ସଂକ୍ରମଣ ହାର । ଆଜି ପୁରା ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ବାକି ୫୫୩ ଟି ଲୋକାଲ କେସ୍ ଚିହ୍ନଟ କରାଯାଇଛି । ଆଜି ମଧ୍ୟ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୪୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି ।
More Stories
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ବହୁ ଚର୍ଚ୍ଚିତ ନଦୀରୁ ଇନ୍ଦୁପୁର ନଦୀ ପୋଲ୍ହ ରୁ ପେଲି ମାରିଦେବା ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ନିକିରାଇ ପୋଲିସ l