ଭୁବନେଶ୍ୱର ୧୧।୧୧ : ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ । ଆସନ୍ତା ୨ ଦିନ ମଧ୍ୟରେ ପାରଦ ୪ ଡିଗ୍ରୀ ତଳକୁ ଖସିବ । ଫଳରେ ସମଗ୍ର ରାଜ୍ୟରେ ଥଣ୍ଡା ଅନୁଭବ ହେବ । ପାଣିପାଗ ବିଭାଗ ତଥ୍ୟ ଅନୁସାରେ, ପୂର୍ବରୁ ପୂର୍ବାବାୟୁ ପ୍ରଭାବରେ ବଙ୍ଗୋପସାଗରରୁ ଉଷ୍ମ ଜଳୀୟବାଷ୍ପ ପ୍ରବେଶ କରୁଥିଲା । ଫଳରେ ଦକ୍ଷିଣ ଓଡ଼ିଶାରେ ବର୍ଷା ଓ ଅନ୍ୟ ଅଞ୍ଚଳରେ କୋହଲା ପାଗ ରହୁଥିଲା । ଏବେ ମେଘମୁକ୍ତ ଆକାଶ ସହିତ ପୂର୍ବାବାୟୁ ଚଳନ କମିଛି । ଫଳରେ ତାପମାତ୍ରା ହ୍ରାସ ପାଇବା ସହ ଶୀତ ବଢ଼ିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗୁରୁବାର ବୌଦ୍ଧରେ ତାପମାତ୍ରା ସର୍ବନିମ୍ନ ୧୩.୫ ଡିଗ୍ରୀ ତଳେ ରହିଛି । ଦକ୍ଷିଣ ପଶ୍ଚିମ ସଂଲଗ୍ନ ଭାରତ ମହାସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ମାତ୍ର ଏହାର ପ୍ରଭାବ ରାଜ୍ୟ ଉପରେ ପଡ଼ିବ ନାହିଁ ।
ରାଜ୍ୟରେ ବଢିବ ଶୀତର ପ୍ରକୋପ, ୨ ଦିନରେ ୪ ଡିଗ୍ରୀ ଖସିବ ପାରଦ

More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ତୁର୍କୀ ଭୂମିକମ୍ପ: ୫୬୮ ମୃତ; ଉଦ୍ଧାର ଅଭିଯାନ ଜାରି, ଶୋକବ୍ୟକ୍ତ କଲେ ପ୍ରଧାନମନ୍ତ୍ରୀ ମୋଦୀ