Headlines Odisha Tv

An Odia News Portal

ରାଜ୍ୟରେ ହାରୁଛି କରୋନା

ଭୁବନେଶ୍ୱର ୨୩।୦୫ :  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୭୯ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୧୦୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୬୪୦୧୫୯ସାମ୍ପୁଲ ଟେଷ୍ଟ୍ ହୋଇଛି ।